ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ*

ଭୁବନେଶ୍ୱର, ତା.୧୨/୦୪: ତିନି ଥରର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଡା. କମଳା ଦାସଙ୍କ ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ଘଟିଛି । ସ୍ୱର୍ଗତାଃ ଦାସ ଜଣେ ସୁଦକ୍ଷ ଜନପ୍ରତିନିଧିଭାବେ ତାଙ୍କର ଜନସେବା କାର୍ଯ୍ୟଗୁଡିକ ଚିର ସ୍ମରଣୀୟ ହୋଇ ରହିବ । ସ୍ୱର୍ଗତା ଦାସଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି । ସ୍ୱର୍ଗତାଃ ଦାସଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତାଃ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।